ଜୟପୁର: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ସମୟରେ ଆଜି କୋରାପୁଟ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜୟପୁର ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ପବିତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନିକୁନି ଛାତ୍ରୀମାନେ । ମୁଖ୍ୟମନ୍ତ୍ରୀଙ୍କୁ ମିଠା ଖୁଆଇଲେ ପିଲାମାନେ । ସମସ୍ତଙ୍କୁ ଆଶୀର୍ବାଦ ଦେଲେ ମୁଖ୍ୟମନ୍ତ୍ରୀ ।
ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଏହି ଅବସରରେ ଉପସ୍ଥିତ ଥିବା ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତି ପରିଡାଙ୍କ ହାତରେ ମଧ୍ୟ ରାକ୍ଷୀ ବାନ୍ଧିଛନ୍ତି ଏହି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ମାନେ । ଅନ୍ୟପକ୍ଷେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସମସ୍ତେ ରାକ୍ଷୀ ବାନ୍ଧିବାର କାର୍ଯ୍ୟକ୍ରମ ସଂପୂର୍ଣ୍ଣ ନିଆରା । ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମ ସରକାର କାର୍ଯ୍ୟ କରୁଛି। ବିକଶିତ ଭାରତ ଗଠନରେ ଓଡ଼ିଶା ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବ । ସମାଜର ୪ଟି ବର୍ଗର ବ୍ୟକ୍ତିମାନଙ୍କ ପାଇଁ ବିଶେଷ କାମ କରୁଛନ୍ତି । ଓଡ଼ିଶାର ଦକ୍ଷିଣାଞ୍ଚଳରେ ଜୟପୁରରେ ସରକାରଙ୍କ ଯୋଜନା ପହଞ୍ଚାଇବା ଆମର ଲକ୍ଷ୍ୟ ।
Comments are closed.