Latest Odisha News

BREAKING NEWS

ଓଟିଇଟି ପ୍ରଶ୍ନପତ୍ର ଭାଇରାଲ୍ ଘଟଣା: ଅଭିଯୁକ୍ତଙ୍କ କେସ୍ ଡାଏରି ଦାଖଲ ପାଇଁ ନିର୍ଦ୍ଦେଶ, ୧୮ରେ ପରବର୍ତ୍ତୀ ଶୁଣାଣି..

କଟକ: ଓଟିଇଟି ପ୍ରଶ୍ନପତ୍ର ଭାଇରାଲ୍ ଘଟଣାରେ ଅଭିଯୁକ୍ତଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରିଛନ୍ତି କଟକ ତୃତୀୟ ଅତିରିକ୍ତ ଦୌରା ଜଜ୍ ଅଦାଲତ । ଏହି ସମୟରେ କେସ୍ ଡାଏରି ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି । ଅଭିଯୁକ୍ତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ।

ଏହି ଘଟଣାରେ ଗିରଫ ହୋଇଥିବା ସନାତନ ବି‌ଶୋୟୀ, ରାମଜୀ ପ୍ରସାଦ ଗୁପ୍ତା ଓ ଜୟନ୍ତ କୁମାର ରାଉତଙ୍କ ନିୟମିତ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧୮କୁ ଧାର୍ଯ୍ୟ କରାଯାଇଛି ।

ତେବେ ଓଟିଇଟି ପ୍ରଶ୍ନପତ୍ର ଭାଇରାଲ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରିଥିଲା । ତଦନ୍ତ ସମୟରେ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ମାଧ୍ୟମରେ ୬ଟି ଜିଲ୍ଲାରେ ପ୍ରଶ୍ନପତ୍ର ବିକ୍ରି କରାଯାଇଥିବା ଜାଣିବାକୁ ପାଇଥିଲା । ପ୍ରମାଣ ହାତରେ ଲାଗିବା ପରେ କ୍ରାଇମବ୍ରାଞ୍ଚ ବୋର୍ଡ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତିଙ୍କୁ ଗିରଫ କରିଥିଲା ।

ପୂର୍ବରୁ ବୋର୍ଡର ଉପ-ସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତିଙ୍କ ନିୟମିତ ଜାମିନ ଆବେଦନର ଗତ ସପ୍ତାହରେ ତୃତୀୟ ଅତିରିକ୍ତ ଦୌରା ଜଜ୍ ଅଦାଲତ ଶୁଣାଣି କରି କେସ୍ ଡାଏରି ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ତାରିଖ ଅଗଷ୍ଟ ୧୮କୁ ଧାର୍ଯ୍ୟ କରିଥିଲେ ।

Comments are closed.