Latest Odisha News

BREAKING NEWS

ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସକ୍ରିୟ ଲଘୁଚାପ, ଆଜି ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ କିଛି ଘଣ୍ଟାରେ ଘନିଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କତା ଜାରି ହୋଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନଗିରିରେ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦୁଝର ଓ ବୌଦ୍ଧ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି ।

ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୋନପୁରକୁ ସତର୍କ କରାଯାଇଛି ।

୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଏଭଳି ବର୍ଷା ୧୮ ତାରିଖ ପର୍ଯ୍ୟନ୍ତ ରହିବ ବୋଲି ସୂଚନା ରହିଛି ।

Comments are closed.