Latest Odisha News

BREAKING NEWS

ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ମହିଳାଙ୍କ ସୁରକ୍ଷା ନେଇ କହିଲେ ଏହି ବଡ କଥା…

ଭୁବନେଶ୍ବର: ଆଜି ସମଗ୍ର ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସବୁଠି ଦେଶପ୍ରେମର ଭାବନା । ତ୍ରିରଙ୍ଗାର ରଙ୍ଗରେ ରଙ୍ଗେଇହୋଇଛନ୍ତି ସମଗ୍ର ଦେଶବାସୀ । ଏହି ଅବସରରେ ଭୁବନେଶ୍ବରର ଗାନ୍ଧି ମାର୍ଗରେ ପତକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସମ୍ଭୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ବୋଧନ ଆରମ୍ଭରେ ମହିଳା ସୁରକ୍ଷା ଉପରେ କହିଛନ୍ତି । ସେ କହିଛନ୍ତି ଯେ, ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି ରହିଛି । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ । ସଙ୍ଗଠିତ ଅପରାଧକୁ ଦମନ କରାଯିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ।

ଅପରାଧ କରୁଥିବା କିମ୍ବା ଏଥିରେ ଜଡିତ ଥିବା ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ନା କାହିଁକି ସେମାନଙ୍କୁ ଛଡାଯିବ ନାହିଁ । ସେମାନଙ୍କ ସ୍ଥାନ ଜେଲ୍‌ରେ ସମାଜରେ ନୁହେଁ । ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି । ମହିଳା ସୁରକ୍ଷାରେ ଅବହେଳା କଲେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ । ରାଜ୍ୟରେ ଆଇନ ଶୃଙ୍ଖଳା ମୋଟାମୋଟି ନିୟନ୍ତ୍ରଣାଧୀନ ରହିଛି । ଏହାକୁ ଆହୁରି ପ୍ରଭାବୀ କରିବାକୁ ହେବ ବୋଲି ସେ କହିଥିଲେ ।

ଏହା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ବୃଦ୍ଧି ପାଉଥିବା ନିଶା କାରବାର ଉପରେ ଗୁରୁତ୍ବାରୋପ କରି କହିଥିଲେଯେ, ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର । ନିଶା ମାଫିଆଙ୍କୁ ଦମନ ପାଇଁ ନିର୍ଦ୍ଦେଶ ଦେଇଛି । ଗାଁ ଠାରୁ ରାଜଧାନୀ ଯାଏ ଗୁଣ୍ଡାରାଜକୁ ଦମନ କରାଯିବ । ସେମାନଙ୍କୁ ଚିହ୍ନଟ ପ୍ରକ୍ରିୟା ଚାଲିଛି, ଦଣ୍ଡବିଧାନ କରାଯିବ । ସଂଗଠିତ ଅପରାଧକୁ ନିୟନ୍ତ୍ରଣ ପାଇଁ ଆଇନ୍ ଆଣିବାକୁ ପଛାଇବୁନି । ଦାଦାବଟି, ଚାନ୍ଦା ଆଦାୟକୁ ସଙ୍ଗଠିତ ଅପରାଧରେ ବିଚାର କରି କାର୍ଯ୍ୟାନୁଷ୍ଠାନ ନେବୁ ବୋଲି ସେ କହିଛନ୍ତି ।

Comments are closed.