ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।
Comments are closed.