ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି।
ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଛି ଏବଂ ଅଗଷ୍ଟ ୧୯ ତାରିଖ ଭୋର ସମୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଅଗଷ୍ଟ ୧୭-୧୮ରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲା ପାଇଁ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ହଳଦିଆ ୱାର୍ଣ୍ଣିଂ ଜାରି କରାଯାଇଛି। ଏପରିକି ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିପାରେ।
ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଏବଂ ରାୟାଗଡାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି।
ତେବେ ଆଗାମୀ ୨ ଦିନ ମଧ୍ୟରେ ବର୍ଷାର ତୀବ୍ରତା ବୃଦ୍ଧି ପାଇପାରେ।
Comments are closed.