Latest Odisha News

ନବୀନ ପଟ୍ଟନାୟକ ଅସୁସ୍ଥ; ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର:ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ସୂଚନା ମିଳିଛି । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅପରାହ୍ନ ୫ଟା ୧୫ରେ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି । ଡିହାଇଡ୍ରେସନ୍‌ ଯୋଗୁଁ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ସୂଚନା ଦେଇଛନ୍ତି ସମ୍ପୃକ୍ତ ଘରୋଇ ହସ୍ପିଟାଲ୍‌ ।

କିଛି ଦିନ ତଳେ ସର୍ଭାଇକାଲ ଆର୍ଥ୍ରାଇଟ୍ସ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ମୁମ୍ବାଇ ସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସପିଟାଲରେ ଅପରେଶନ କରାଇ ଫେରିଥିଲେ ।

ପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ଖବର ଶୁଣି ଲୋକେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.