Latest Odisha News

BREAKING NEWS

Weather update: ୨୫ରେ ଆଉ ଏକ ଲଘୁଚାପ; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ! ଅରେଞ୍ଜ ଆଲର୍ଟ ଜାରି..

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ, ଆଜି ତୁହାକୁ ତୁହା ବର୍ଷା (Heavy Rain)ନେଇ ସତର୍କତା ଜାରି ହୋଇଛି । ଆଜି ପାଇଁ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଅନ୍ୟ ୨୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ । ତେବେ ମୌସୁମୀ ଋତୁରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ହାରାହାରି ୭୬୪.୦ ମିଲିମିଟର ବର୍ଷା ହୋଇଛି । ଦୁଇଟି ଜିଲ୍ଲାରେ ଅତ୍ୟଧିକ ବର୍ଷା ଓ ୨୧ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଛି । ଅନ୍ୟ ୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

Comments are closed.