ଭୁବନେଶ୍ୱର: ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ଘୋଷଣା । ଏବେ ସରକାରୀ ବସ୍ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ । ନିଜର ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ୍ ଯିବେ ଛାତ୍ରଛାତ୍ରୀ ବୋଲି କହିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ।
ଏହାସହ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ । ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ । NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ । ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।
Comments are closed.