ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସମୁଦ୍ରପତ୍ତନ ଠାରୁ ୨.୫ କିମି ଉପରେ ସକ୍ରିୟ ରହିଛି । ଫଳରେ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ସୃଷ୍ଟିହୋଇପାରେ ଆଉ ଏକ ଲଘୁଚାପ । ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜିଠାରୁ ବର୍ଷା ବଢ଼ିପାରେ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ତେବେ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କି.ମି ପବନ ହିବାର ସମ୍ଭାବନା ରହିଛି । ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ ।
ଏହା ବ୍ୟତୀତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲାକନଗିରି ଅଞ୍ଚଳର ଅନେକ ସ୍ଥାନକୁ ୟେଲୋ ଆଲର୍ଟ ଜାରି କରିଛି ବିଭାଗ । ଏହି ସବୁ ଜିଲ୍ଲା ମାନଙ୍କରେ ବିଜୁଳି ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି ।
ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପବନ ଲାଗିରହିବ ।
Comments are closed.