Latest Odisha News

BREAKING NEWS

Weather Update: ଆଜିଠୁ ବଢ଼ିବ ବର୍ଷାର ପରିମାଣ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପଜନିତ ବର୍ଷା। ଫଳକେ ଆଜିଠୁ ବଢ଼ିବ ବର୍ଷାର ପରିମାଣ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଛି। ଏହି ଲଘୁଚାପ ଧୀରେ ଧୀରେ ଶକ୍ତିଶାଳୀ ହେଉଥିବାରୁ ପ୍ରାୟ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଇଛି। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ଅଧିକ ରହିବ। ୩୦ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୫ଦିନ ଯାଏ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ।

Comments are closed.