Latest Odisha News

BREAKING NEWS

ST/SC Conference: ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଆରମ୍ଭ, ଉଦଘାଟନ କଲେ ଓମ୍ ବିର୍ଲା

ଭୁବନେଶ୍ୱର: ଆରମ୍ଭ ହେଲା ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ। ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଦୁଇ ଦିନ ଧରି ଚାଲିବ ଏହି ସମ୍ମିଳନୀ । ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ଜାତୀୟ ବୈଠକର ଆୟୋଜନ କରାଯାଇଛି।

ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେଇଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଉପସ୍ଥିତ ଅଛନ୍ତି। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ଅଛନ୍ତି। ଏଥିରେ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେଇଛନ୍ତି।

ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା। ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ।

 

Comments are closed.