Latest Odisha News

BREAKING NEWS

Bhitarkanika National Park: ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ, ୪ଟି ସ୍ଥାନରେ ଗଣାହେବେ

କେନ୍ଦ୍ରାପଡା: ଆଜିଠୁ ବିଶ୍ୱ ପ୍ରସିଦ୍ଧ ଭିତରକନିକାରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ୩ ଦିନ ଅର୍ଥାତ୍ ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହୋଇ ଆସନ୍ତା ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ପକ୍ଷୀ ଗଣନା କରାଯିବ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ପକ୍ଷୀ ଗଣନା କରାଯିବ । ଏଥିପାଇଁ ୩ଟି ଟିମ୍ ଗଠନ କରାଯାଇଛି ।

ଏହି ପକ୍ଷୀ ଗଣନା ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟସ୍ଥ କନିକା ରେଞ୍ଜର ମଠ ଆଡିଆ, ଲକ୍ଷ୍ମୀ ପ୍ରସାଦ ଡିଆ, ଦୁର୍ଗା ପ୍ରସାଦ ଡିଆ ଓ ରାଜନଗର ରେଞ୍ଜ ବାଲି ଡିଆରେ ପକ୍ଷୀ ଗଣନା ଚାଲିଛି । ଚଳିତବର୍ଷ ଅଧିକ ସଂଖ୍ୟକ ପକ୍ଷୀ ଗଣନା କରାଯିବା ନେଇ ଆଶା ରଖିଛି ବନବିଭାଗ ।

୨୦୨୪ ମସିହାରେ ଦେଶୀୟ ପକ୍ଷୀ ମାନଙ୍କ ପାଇଁ ଏକ ନୂତନ ସ୍ଥାନ ବାଲିଡ଼ିଆ ଠାବ କରାଯାଇ ମୋଟ ୧,୩୦,୧୨୩ଟି ଦେଶୀୟ ପକ୍ଷୀ ଜାତୀୟ ଉଦ୍ୟାନ ମଧ୍ୟରେ ଚିହ୍ନଟ ହୋଇଛନ୍ତି । ୨୦୨୩ ସେପ୍ଟେମ୍ବର ମାସ ୩ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ହୋଇଥିବା ଦେଶୀୟ ପକ୍ଷୀ ଗଣନା ଅନୁଯାୟୀ ଜାତୀୟ ଉଦ୍ୟାନ ମଧ୍ୟସ୍ଥ ବିଭିନ୍ନ ସ୍ଥାନରୁ ୨୬,୧୧୮ଟି ବସା ଚିହ୍ନଟ ହୋଇଥିବା ବେଳେ, ସେଥିମଧ୍ୟରେ ମୋଟ ୧,୨୩,୮୬୭ ଟି ଦେଶୀୟ ପକ୍ଷୀଙ୍କୁ ଗଣନା କରାଯାଇଥିଲା । ଯାହାକି ୨୦୨୨ ମସିହା ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଠାରୁ ୭୭୯୭ଟି ଅଧିକ ଥିଲା । ୨୦୨୨ ଦେଶୀୟ ପକ୍ଷୀ ଗଣନା ରିପୋର୍ଟ ଅନୁଯାୟୀ ୨୪୬୬୪ ଟି ବସାରୁ ମୋଟ ୧,୧୬,୦୭୦ଟି ପକ୍ଷୀଙ୍କୁ ଗଣନା କରାଯାଇଥିଲା ।

Comments are closed.