କଟକ:ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ । ଚିକିତ୍ସା ନିମନ୍ତେ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି ।
ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ଆଜି ତାଙ୍କର ସ୍ୱାସ୍ଥ୍ୟ ଅଧିକ ଖରାପ ହେବାରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, ଅନେକ ଆଲବମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଦୁମଦାର । ୨୦୦୦ମସିହାରେ କାଶିଆ କପିଳା ଜରିଆରେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ ଅଭିଜିତ ମଜୁମଦାର । ସେ ୫୦ରୁ ଅଧିକ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇ ସାରିଛନ୍ତି ।
Comments are closed.