ଭୁବନେଶ୍ବର: ଇଗ୍ନୋର ନାମଲେଖା ଅବଧିକୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଗଲା । ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।
ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦ ଟଙ୍କା ବିଳମ୍ବ ଶୁଳ୍କ ଦେବାକୁ ହେବ । ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.in କୁ ଅନୁସରଣ କରିପାରିବେ । ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in । ଅଣ୍ଡର ଗ୍ରାଜୁଏଟ (ବିଏସସିଏମ), (ବିକମଏମଏଫ), (ବିଏଏମ) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି ।
ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ । ଚଳିତବର୍ଷ ଏମଏସସି ରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି ।
ଏଥିମଧ୍ୟରେ ରହିଛି ଏମଏସସି (ଜୁଲୋଜୀ), ଏମଏସସି (କେମିଷ୍ଟ୍ରି), ଏମଏସସି (ଏନାଲିଟିକାଲ୍ କେମିଷ୍ଟ୍ରି), ଏମଏସସି (ବାୟୋକେମିଷ୍ଟ୍ରି), ଏମଏସସି (ଜିଓଇନଫର୍ମାଟିକ୍ସ), ଏମଏସସି (ଫିଜିକ୍ସ), ଏମଏସସି (ଆପ୍ଲାଏଡ୍ ଷ୍ଟାଟିଷ୍ଟିକ୍ସ), ଏମଏସସି (ଜିଓଗ୍ରାଫି) (ଏମଏସସିଜିଜି) ଏବଂ ଏଆଇସିଟିଇ ସ୍ୱୀକୃତ ଏମବିଏ ଓ ଏମସିଏ ଅନ୍ୟତମ ।
ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ । ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡ଼ିଗ୍ରୀ କରିପାରିବେ ଏବଂ ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି ।
ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ଫୋନ୍ ୦୬୭୪-୨୩୦୧୩୪୮, ୨୯୭୧୦୭୧ କିମ୍ବା ଇ-ମେଲ E-Mail.-rcbhubaneswar@ignou.ac.in ଏବଂ admissionrc21@ignou.ac.in ଜରିଆରେ ଯୋଗାଯୋଗ କରିବାପାଇଁ ଆଞ୍ଚଳିକ କେନ୍ଦ୍ରର ବରିଷ୍ଠ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ ଜଣାଇଛନ୍ତି ।
Comments are closed.