ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଲଘୁଚାପ ଯୋଗୁଁ ପ୍ରବଳ ବର୍ଷିବ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ନେବ ରୂପ। ପ୍ରଭାବରେ ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ଆଜିଠୁ ବଢିବ ବର୍ଷା ପରିମାଣ। ପ୍ରବଳ ବର୍ଷା ସମ୍ଭାବନା ଥିବା କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ବିଜୁଳି, ଘଡ଼ଘଡ଼ି ସମ୍ଭାବନା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ତ୍ତମାନ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ପ୍ରବାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।
ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି ।
Comments are closed.