Latest Odisha News

BREAKING NEWS

ବାଜପେୟୀଙ୍କ ସ୍ମୃତିରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ

ଭୁବନେଶ୍ୱର : ଆସନ୍ତା କାଲି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ନିଧନରେ ଏକ ସର୍ବଦଳୀୟ ସ୍ମୃତିସଭା ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେଉଛି । ଏହି ସର୍ବଦଳୀୟ ସ୍ମୃତିସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ ।

ଶୁକ୍ରବାର ସନ୍ଧ୍ୟା ୫ଟା ବେଳେ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମତି ପ୍ରକାଶ କରିଛନ୍ତି ।

ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନବୀନ ନିବାସ ଯାଇ ଏହି ବୈଠକରେ ଯୋଗଦେବାକୁ ଅନୁରୋଧ ଓ ନିମନ୍ତ୍ରଣ କରିଥିଲେ ।

Leave A Reply

Your email address will not be published.