Latest Odisha News

BREAKING NEWS

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଦିଲ୍ଲୀରେ ସବୁ ବିଜେପି ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା କରିବେ ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗତ ୫ତାରିଖରେ ଦିଲ୍ଲୀରୁ ଫେରିଥିଲେ। ଏହି ଗସ୍ତକାଳରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ ।

ଅନ୍ୟପଟେ, ଗତକାଲିଠାରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀରେ ଅଛନ୍ତି । ଏହି ସମାନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି ।

ଶନିବାର ମନମୋହନ ଓଡ଼ିଶା ଫେରିଥିଲେ ହେଲେ ବିଜେପି ସାଧାରଣ ସମ୍ପାଦକ (ସଂଗଠନ) ମାନସ ମହାନ୍ତି ଦିଲ୍ଲୀରେ ଥିଲେ । ରବିବାର ମନମୋହନ ପୁଣି ଥରେ ଦିଲ୍ଲୀ ଯିବା ପରେ ଉଭୟ ନେତାଙ୍କ ସହ କେନ୍ଦ୍ରୀୟ ନେତୃତ୍ୱ ମାରାଥନ୍‌ ଆଲୋଚନା କରିଛନ୍ତି । ନିଗମ, ବୋର୍ଡରେ ନିଯୁକ୍ତିଠାରୁ ନେଇ ନୂଆ ଟିମ୍‌ ଗଠନ, ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ଓ ଅନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇଛି । ନିଗମ, ବୋର୍ଡରେ କେଉଁମାନେ ଥଇଥାନ ହେବେ, ତାହା ଆପାତତଃ ଚୂଡ଼ାନ୍ତ ହୋଇସାରିଛି । କେବଳ ଘୋଷଣା ବାକି ଅଛି ।

Comments are closed.