ଭୁବନେଶ୍ଵର : ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଏହାରି ଭିତରେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଫଳରେ ୧୦ରୁ ବଢିବ ବର୍ଷାର ପରିମାଣ। ୧୩ ଓ ୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ଅଧିକ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡିବ।
ମାଲକାନଗିରି ଓ କୋରାପୁଟରେ ସବୁଠୁ ଅଧିକ ବର୍ଷା ଆଶଙ୍କା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଓଡ଼ିଶା ଉପରେ ମୌସୁମୀ ଟ୍ରଫ୍ ସହିତ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।
୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ସାରା ଓଡ଼ିଶାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । କାଲିଠୁ ବଢ଼ିବ ବର୍ଷା । ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସେହିପରି ୧୧ ଓ ୧୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଦୁଇ ଜିଲ୍ଲା ମାଲକାନଗିରି, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
Comments are closed.