ଭୁବନେଶ୍ୱର: ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ତରଫରୁ ସୋମବାର ଦିନ ସୂଚନା ଦିଆଯାଇଛି।
ଉତ୍ତରପଶ୍ଚିମ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଥିବାରୁ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଜାରି ରହିବା ସହ ସେପ୍ଟେମ୍ବର ୧୪ ତାରିଖ ସକାଳ ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଥିବା ନେଇ ସୂଚନା ମିଳିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ। ତେବେ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ତରଫରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।
Comments are closed.