Latest Odisha News

BREAKING NEWS

Weather update: ୧୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା; ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୧୩ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ସହିତ ଝଡବର୍ଷାର ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ ଏପରି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ପାଇଁ ରାଜ୍ୟର ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ କମଳା ଚେତାବନୀ ଦିଆଯାଇଛି । ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ପରିସ୍ଥିତି ଖରାପ ହେବାକୁ ଥିବାରୁ ପାଗ ଉପରେ ନଜର ରଖିବାକୁ ଓ ସେହି ଅନୁଯାୟୀ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

 

Comments are closed.