ପୁରୀ:ଶ୍ରୀକ୍ଷେତ୍ରରେ ପୁଣି ହିଂସାକାଣ୍ଡ । ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ଛୁରା ମାଡ଼ରେ ଦାଦା ଓ ପୁତୁରା ଆହତ ହୋଇଛନ୍ତି । ସ୍ବଷ୍ଟ ଦିବାଲୋକରେ ଛୁରାମାଡ଼ ହୋଇଛି। ଆହତ ମାନେ ହେଲେ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଖବରମୁତାବକ,ଆଜି ଅପରାହ୍ଣ ପ୍ରାୟ ସାଢ଼େ ୩ଟାବେଳେ ଉଭୟ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ ଶ୍ରୀମନ୍ଦିର ଉତ୍ତର ଦ୍ବାର ନିକଟରେ ଥିଲେ। ଏକ ବାଇକ୍ରେ କିଛି ଦୁର୍ବୃତ୍ତ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଛୁରୀରେ ଅତର୍କିତ ଆକ୍ରମଣ କରିଥିଲେ ଓ ଦୁର୍ବୃତ୍ତମାନେ ଛୁରାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।
ସିଂହ ଦ୍ୱାର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଦାଦା ଓ ପୁତୁରାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଏଥିସହ ସିଂହ ଦ୍ୱାର ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
Comments are closed.