Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ୧୫ ମାସରେ ଦିଆଯାଇଛି ୧ ଲକ୍ଷ ୭ ହଜାର ୯୨୬ ନିଯୁକ୍ତି

ଭୁବନେଶ୍ୱର: ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ସୂଚନା। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ ନିଯୁକ୍ତି ଦିଆଯାଇଛି କହିଲେ ମୁଖ୍ୟମନ୍ତ୍ରୀ। ସରକାରୀ ପଦବୀରେ ୩୦ ହଜାର ଏବଂ ଘରୋଇ କ୍ଷେତ୍ରରେ ୭୭ ହଜାର ନିଯୁକ୍ତି ଦିଆଯାଇଛି।

ସୂଚନା ଥାଉକି, ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଣ୍ଟିଛନ୍ତି ନିଯୁକ୍ତି ପତ୍ର। ନୂଆ କରି ଚୟନ କରାଯାଇଥିବା ୭ଟି ବିଭାଗର ୧ ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି। କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ୩୪, ଅର୍ଥ ବିଭାଗର ୬୧, ଜଳସମ୍ପଦ ବିଭାଗର ୪୧୩, ଆଇନ ବିଭାଗର ୩୭, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ୨୩, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ୯୮୨ ଓ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ୧୩୬ ଜଣଙ୍କୁ ମିଳିଛି ନିଯୁକ୍ତି ପତ୍ର।

ସେପଟେ ୨୭ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ। ଯାହା ୫୧ହଜାର ୮୨୬ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏଥିରେ ୨୫ ହଜାର ୩୮୦କୋଟି ଟଙ୍କାର ପୁଞ୍ଜିନିବେଶ ରହିଛି। ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍‌ଚରିଂ ହବ୍ କରିବା ପାଇଁ ଆମେ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ ଉତ୍ପାଦନ ଦିଗରେ ନିବେଶକ ମାନଙ୍କୁ ଆକୃଷ୍ଟ କରୁଛୁ। ମାନୁଫାକ୍‌ଚରିଂ ଭାଲ୍ୟୁ ଚେନ୍‌ରେ ଆହୁରି ଉପରକୁ ଉଠି ସାରା ବିଶ୍ୱର ବଜାରରେ କମ୍ପିଟ୍‌ କରି ପାରୁଥିବା ଭଳି ପ୍ରଡକ୍ଟ ନିର୍ମାଣ କରୁଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.