ସମ୍ବଲପୁର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଫଳରେ ବଢୁଛି ହୀରାକୁଦ ଜଳସ୍ତର। ପୁଣି ହୀରାକୁଦ ଜଳଭଣ୍ଡାରରୁ ଖୋଲିଲା ଆଉ ଦୁଇଟି ଗେଟ। ପୂର୍ବରୁ ୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା। ଏବେ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି।
ବର୍ତ୍ତମାନ ହୀରାକୁଦ ଜଲଭଣ୍ଡାରର ଜଳସ୍ତର ୬୨୯.୩୧ ରହିଛି। ପ୍ରତି ସେକେଣ୍ଡରେ ଜଲଭଣ୍ଡାରରୁ ୯୯ ହଜାର ୬୧୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଜଲଭଣ୍ଡାରରୁ ୧ ଲକ୍ଷ ୩୭ ହଜାର ୭୩୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଖୋଲା ଯାଇଛି ଆଉ ଦୁଇଟି ଗେଟ୍।
ଏପଟେ ଗେଟ ଖୋଲାଯାଇଥିବାରୁ ତଳମୁଣ୍ଡକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ। ଅନ୍ୟପଟେ ଲଘୁଚାପ ପ୍ରଭାବରେ ରାଜ୍ୟର ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ। ରାଜ୍ୟରେ ଆହୁରି ୩ ଦିନ ବର୍ଷିବ। କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି। ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
Comments are closed.