Latest Odisha News

BREAKING NEWS

Thank you my friend…ଜନ୍ମଦିନରେ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ଟ୍ରମ୍ପ…

ନୂଆଦିଲ୍ଲୀ: ଆଜି ୭୫ ତମ ଜନ୍ମଦିନ ପାଳନ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶରେ ପିଏମ ମିତ୍ର ପାର୍କର ଭୂମିପୂଜନ କରିବାର କାର୍ଯ୍ୟକ୍ରମ ରହିଛି । ଏହାଛଡ଼ା ସୁସ୍ଥନାରୀ ଓ ସଶକ୍ତ ପରିବାର ଯୋଜନାର ଶୁଭାରମ୍ଭ କରିବେ । ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରି ତାଙ୍କ ୭୫ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି।

 

ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତାଙ୍କର ‘ବନ୍ଧୁ’ ବୋଲି କହି ପ୍ରଶଂସା କରିଛନ୍ତି ଓ ରୁଷ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ମୋଦୀଙ୍କ ଉଦ୍ୟମ ପାଇଁ ଟ୍ରମ୍ପ , ମୋଦୀଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ ଏ ବିଷୟରେ ନିଜ ସୋସିଆଲ୍‌ ମିଡିଆ ପୋଷ୍ଟରେ ଉଲ୍ଲେଖ କରିଛନ୍ତି । ଏହାର ଉତ୍ତରରେ ବିଷୟରେ ସୂଚନା ପ୍ରଧାନମନ୍ତ୍ରୀ ମୋଦୀ ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ଦେଇଥିଲେ।

 

ପ୍ରଧାନମନ୍ତ୍ରୀ ମୋଦି Xରେ ଲେଖିଛନ୍ତି, “ଧନ୍ୟବାଦ, ମୋର ବନ୍ଧୁ, ରାଷ୍ଟ୍ରପତି ଟ୍ରମ୍ପ, ମୋର 75ତମ ଜନ୍ମଦିନରେ ଆପଣଙ୍କ ଫୋନ କଲ୍ ଏବଂ ହାର୍ଦ୍ଦିକ ଶୁଭେଚ୍ଛା ପାଇଁ ଧନ୍ୟବାଦ। ଆପଣଙ୍କ ପରି, ମୁଁ ମଧ୍ୟ ଭାରତ-ଆମେରିକା ବ୍ୟାପକ ଏବଂ ବିଶ୍ୱବ୍ୟାପୀ ସହଭାଗୀତାକୁ ନୂତନ ଉଚ୍ଚତାକୁ ନେବା ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ।ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଆପଣଙ୍କ ପଦକ୍ଷେପକୁ ଆମେ ସମର୍ଥନ କରୁଛୁ।”

ଟ୍ରମ୍ପ ଏବଂ ମୋଦୀଙ୍କ ମଧ୍ୟରେ ଗତ ଜୁନ୍ ମାସରେ କାନାଡାର କାନାନାସ୍କିସରେ ଜି-୭ ଶିଖର ସମ୍ମିଳନୀ ପରେ ଏହା ପ୍ରଥମ ଫୋନ୍ କଲ୍ ।

 

Comments are closed.