Latest Odisha News

BREAKING NEWS

Constable Murder Case:ରେଡ୍ ଫ୍ଲାଗ୍ ହେଲା ଲେଡି କନଷ୍ଟେବଳ ଶୁଭମିତ୍ରା ହତ୍ୟା ମାମଲା

ଭୁବନେଶ୍ବର: ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ। ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ। କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ। କମିସନରେଟ ପୋଲିସକୁ ତଦନ୍ତରେ ସହାୟତା କରିବ କ୍ରାଇମବ୍ରାଞ୍ଚ।

ଲେଡି କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟାକାଣ୍ଡ ରେଡ୍ ଫ୍ଲାଗ୍ ହୋଇଛି। CAW ଆଣ୍ଡ CW ଦୁଇଟି ଯାକ କେସକୁ ମନିଟର୍ କରିବ। କ୍ୟାପିଟାଲ୍ ଓ ଖୁଣ୍ଟୁଣୀ ପୋଲିସ୍ ତଥ୍ୟ ଆଧାରରେ ହେବ ଖୋଳତାଡ଼। କ୍ରାଇମବ୍ରାଞ୍ଚ ସୂତ୍ରରୁ ଏହି ସୂଚନା ମିଳିଛି। ୬ ତାରିଖରେ କନଷ୍ଟେବଳ ଶୁଭମିତ୍ରାଙ୍କ ମିସିଂ, ୧୭ ତାରିଖରେ କେନ୍ଦୁଝରରେ ଗଳିତ ମୃତଦେହ ମିଳିବା ଘଟଣା ଓ ଦୀପକଙ୍କ ପ୍ରଥମ ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ହେବ।

କ୍ୟାପିଟାଲ ଥାନା ପୋଲିସ, ଖୁଣ୍ଟୁଣି ଥାନା ପୁଲିସ ଠାରୁ ମିଳିଥିବା ତଥ୍ୟ ପ୍ରମାଣର ହେବ ଖୋଳତାଡ଼। ସୂଚନା ଥାଉକି ଶୁଭମିତ୍ରାଙ୍କ ହତ୍ୟା ଘଟଣାର ପୁରା ସତ ମାନିଛି ଦୀପକ ଆଉ ପୋଲିସ ଆଗରେ ସେ ସବୁ ସତ କହିଛି। ସେପ୍ଟେମ୍ବର ୬ ତାରିଖରେ ଭୁବନେଶ୍ୱରରେ ହତ୍ୟା କରିଥିଲା । ଆଉ ହତ୍ୟା ପରେ ମୃତଦେହକୁ କାର ଭିତରେ ରଖି ଡ୍ୟୁଟି କରିଥିଲା। ପ୍ରାୟ ୧ ଘଣ୍ଟାରୁ ଅଧିକ ସମୟରେ ମୃତଦେହକୁ କାରରେ ରଖିଥିଲା। ସିପି ଅଫିସରେ କିରାଣୀ ଭାବେ କାମ କରୁଥିଲା ଦୀପକ। ଅତି ସହଜରେ ସେଦିନ ସେ କାମ କରିଥିଲା। ଆଉ ସେଦିନ ହତ୍ୟା ପରେ ଘଟଗାଁର ଏକ ଜଙ୍ଗଲକୁ ନେଇ ପୋତି ଦେଇଥିଲା।

 

Comments are closed.