Latest Odisha News

BREAKING NEWS

ଆସନ୍ତା ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ବଳବତ୍ତର ଥ‌ିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.