ଭୁବନେଶ୍ବର: ସେପ୍ଟେମ୍ବର ଶେଷ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ୩ଟି ଲଘୁଚାପ । ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏହା ସୃଷ୍ଟି ସମ୍ଭାବନା ରହିଛି । ମିଆଁମାର-ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇପାରେ ସ୍ପଷ୍ଟ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା । ୨୩ ତାରିଖ ପରେ ନିର୍ଦ୍ଧୁମ ଛେଚିବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ମୟୂରଭଞ୍ଜ ଓ କେନ୍ଦୁଝର ଏହି ୨ଟି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ, ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନାକୁ ନେଇ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡିଶାର ୧୪ ଜିଲ୍ଲା କଟକ, କେନ୍ଦ୍ରାପଡା ଜଗତସିଂପୁର, ନୟାଗଡ, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ ଓ ଗଜପତିକୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା । ତେବେ ୨୭ ତାରିଖ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ।
Comments are closed.