ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ୍ । ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଥିବା ସୂଚନା । ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ସେବା ପର୍ବ କାର୍ଯ୍ୟକ୍ରମ ବାତିଲ୍ ସୂଚନା । ଆସନ୍ତା ୨୭ରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ ଖୋଲି ଦିଆଯାଉଛି । ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାର ଅମୁଲିପାଲି ପଡ଼ିଆରେ ହୋଇପାରେ ମୋଦିଙ୍କ କାର୍ଯ୍ୟକ୍ରମ । ତେବେ ଏନେଇ କୌଣସି ବିଜେପି କିମ୍ବା ସରକାରୀସ୍ତରରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।
୨୭ରେ ମୋଦିଙ୍କ ବ୍ରହ୍ମପୁର ଗସ୍ତ ନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ ।
Comments are closed.