ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଜିଆଁକଟା ଗାଁରେ ଅଘଟଣ । ଗାଁରେ ଥିବା ଏକ ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, ଜିଆଁକଟାର ଏକ ଭଡ଼ା ଘରେ ବାଣ ଗଚ୍ଛିତ ରଖିଥିଲେ ଜଣେ ବ୍ୟବସାୟୀ । କୌଣସି କାରଣବଶତଃ ସେଥିରେ ନିଆଁ ଲାଗିଯାଇଥିଲା । ଫଳରେ ଗୋଦାମରେ ଥିବା ସବୁ ବାଣ ଏକା ସାଙ୍ଗରେ ବିସ୍ଫୋରଣ ହୋଇଥିଲା । ଯାହା ଫଳରେ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା ।
ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ପୁରୁଣା କଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
Comments are closed.