ଭୁବନେଶ୍ୱର: ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣା ଅନେକ ସମୟରେ ଚର୍ଚ୍ଚାରେ ରହୁଛି । ପ୍ରଶ୍ନପତ୍ର ଲିକ୍ କାରଣରୁ ଛାତ୍ରଛାତ୍ରୀ ନିରାଶ ହେଉଛନ୍ତି । ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ସରକାର ଏବେ ଏହାର ସମାଧାନର ବାଟ ବାହାର କରିଛନ୍ତି । ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥାଙ୍କ ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କରିଛନ୍ତି ।
ପରୀକ୍ଷା ପାଇଁ ଇଣ୍ଟିଗ୍ରେଡେଟ୍ କମାଣ୍ଡ କଣ୍ଟ୍ରୋଲ୍ ସେଣ୍ଟର (ଆଇସିସିସି) ବ୍ୟବସ୍ଥା କରାଯିବ । ପ୍ରଶ୍ନପତ୍ରର ଉଭୟ ପଟେ ସିଲ୍ କରାଯିବ । ପ୍ରଶ୍ନପତ୍ର ଛାପିବାଠୁ ଆରମ୍ଭ କରି ପରୀକ୍ଷା କେନ୍ଦ୍ରକୁ ଆଣିବା ଯାଏଁ ବରିଷ୍ଠ ଅଧିକାରୀମାନେ ଦାୟିତ୍ୱରେ ରହିବେ । ପ୍ରଶ୍ନପତ୍ର ଲିକ୍ ରୋକିବାଠୁ ଆରମ୍ଭ କରି ପରୀକ୍ଷା ହଲ୍ରେ ସୁରକ୍ଷା ଯାଏ ସମସ୍ତ ପ୍ରକାର ପରିଚାଳନା ବ୍ୟବସ୍ଥା କଡ଼ାକଡ଼ି ହେବ । ପ୍ରଶ୍ନପତ୍ର ଖୋଲିବା ସମୟରେ ଭିଡିଓଗ୍ରାଫି କରଯିବ । ଏନେଇ ସମସ୍ତ ବିଭାଗର ମୁଖ୍ୟ, ସମସ୍ତ ଜିଲ୍ଲପାଳ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠି ଦେଇ ଏବିଷୟରେ ଜଣାଇଛନ୍ତି ।
ପରୀକ୍ଷା କେନ୍ଦ୍ରରେ କୃତ୍ରିମ ବୁଦ୍ଧିମତା (ଏଆଇ) ଟୁଲ୍ର ବ୍ୟବହାର କରାଯିବ । ଏହା ସହ ପରୀକ୍ଷା କେନ୍ଦ୍ରର ସିସିଟିଭି ଲାଇଭ ଷ୍ଟ୍ରିମ୍ କଣ୍ଟ୍ରୋଲ ଓକାକ୍ କିମ୍ବା ଏନ୍ଆଇସି ପାଖରେ ରହିବ । ଆଗାମୀ ଦିନରେ ସମସ୍ତ ନିଯୁକ୍ତି ପରୀକ୍ଷାକୁ ସରକାରୀ କଲେଜ ଓ ବିଶ୍ଵ ବିଦ୍ୟାଳୟରେ କରଯିବ । ପରୀକ୍ଷା ପରିଚାଳନା ସଂସ୍ଥାମାନେ ଆଉ ଅନ୍ୟ କେଉଁଠି ପ୍ରଶ୍ନପତ୍ର ଛପାଇ ପାରିବେ ନାହିଁ । ନିଯୁକ୍ତି ପରୀକ୍ଷା ପ୍ରଶ୍ନପତ୍ର ଛପାଇବା ପାଇଁ ସରକାର ଏକ ସ୍ୱତନ୍ତ୍ର ପ୍ରିଣ୍ଟିଂ ପ୍ରେସ୍ ୟୁନିଟ୍ ସ୍ଥାପନ କରିବେ ।
ଆଗାମୀ ଦିନରେ ପରୀକ୍ଷା ପରିଚାଳନା ଯେମିତି କୌଣସି ଏଜେନ୍ସି କିମ୍ବା ଆଉଟସୋର୍ସିଂ ଦ୍ଵାରା ନହୁଏ ସେଥିପ୍ରତି କଡ଼ା ଆଭିମୁଖ୍ୟ ଆପଣାଇବେ ସରକାର । ସେହିପରି ଅନ୍ଲାଇନ ପରୀକ୍ଷା ପାଇଁ ମଲ୍ଟି ଫାକ୍ଟର ଅଥେଣ୍ଟିକେସନ୍ (ଏମଏଫ୍)କୁ ପରୀକ୍ଷା ପୂର୍ବରୁ ଯାଞ୍ଚ କରାଯିବ ।
Comments are closed.