Latest Odisha News

BREAKING NEWS

ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ରେ ବଡ଼ଓଷା..୫ରେ ଡ଼ଙ୍ଗା ଭସା

କଟକ: କଟକର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ନଭେମ୍ବର ୩ ସୋମବାର ବଡ଼ଓଷା ପାଳନ ହେବ । ନଭେମ୍ବର ୪ ମଙ୍ଗଳବାର ସକାଳୁ ଗଜଭୋଗ ବିତରଣ କରାଯିବ। ନଭେମ୍ବର ୧ରୁ ୫ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବ । ଏନେଇ ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ସୂଚନାଥାଉକି, ଅକ୍ଟୋବର ୮ରୁ ନଭେମ୍ବର ୫ ପର୍ଯ୍ୟନ୍ତ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ । ନଭେମ୍ବର ୫ରେ ଡ଼ଙ୍ଗା ଭସା ସହିତ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯିବ ।

ସେହିପରି କାର୍ତ୍ତିକ ବ୍ରତ ଓ ବଡ଼ ଓଷା ପାଇଁ ଧବଳେଶ୍ୱର ପୀଠରେ ପ୍ରବଳ ଭିଡ଼ ହୋଇଥାଏ । ତେଣୁ ଏଥିପାଇଁ ସ୍ୱତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଶ୍ରଦ୍ଧାଳୁମାନଙ୍କ ଦର୍ଶନରେ ଯେମିତି କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଧ୍ୟାନ ଦିଆଯିବ ବୋଲି ଆଜି ପ୍ରସ୍ତୁତ ବୈଠକରେ ନିଷ୍ପତ୍ତି ହୋଇଛି ।

 

Comments are closed.