Latest Odisha News

BREAKING NEWS

ଯୋଡ଼ା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ୨୫ ତାରିଖ ଅର୍ଥାତ୍ ଆସନ୍ତା କାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଅବପାତରେ ପରିଣତ ହେବ । ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ ।

ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ଅଛି । ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩୦ରେ ଓଡ଼ିଶା ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଓଡ଼ିଶା ଉପକୂଳ ପାଖରେ ସମୁଦ୍ରରେ ଉତ୍ତର ଆଡ଼କୁ ଆଗେଇବ । ଆଜି ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାରେ ଛୁଟି ବାତିଲ୍‌ କଲେ ଜିଲ୍ଲାପାଳ । ୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି । ହେଡ୍‌ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ । ଜିଲ୍ଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ।

Comments are closed.