Weather Update: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ଆଶଙ୍କା, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାରଗରେ ଲଘୁଚାପ ସୃଷ୍ଟି ହୋଇସାରିଛି। ଶୁକ୍ରବାରକୁ ଏହା ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ମୁହାଁଇବ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ। ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ପ୍ରବଳ ବର୍ଷିବ ଦକ୍ଷିଣ ଓଡ଼ିଶା ଏବଂ ଉପକୂଳରେ। ଆସନ୍ତକାଲି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ୨୮, ୨୯, ୩୦ ଓ ଅକ୍ଟୋବର ପହିଲାରେ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ବଡ଼ ବର୍ଷା ନେଇ କୌଣସି ସତର୍କ ସୂଚନା ଜାରି କରାଯାଇନି।
Comments are closed.