Latest Odisha News

ଆଜିଠୁ କମିବ ବର୍ଷାର ପରିମାଣ; ୧ ଆଉ ଏକ ଲଘୁଚାପ!

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ କମିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଅବପାତ ଶ୍ରୀକାକୁଲମ ପାଖରେ ପହଞ୍ଚିବା ପରେ କ୍ରମଶଃ ଦୁର୍ବଳ ହୋଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ୩୦ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।

ସେହିପରି, ଉତ୍ତର ଆଣ୍ଡାମାନ ସାଗର ଉପରେ ଆସନ୍ତା ୩୦ ତାରିଖ ଆଡ଼କୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ଅକ୍ଟୋବର ୧ ତାରିଖକୁ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

୨ରେ ରାଜ୍ୟତମାମ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । କିଛି ସ୍ଥାନରେ ଅଧିକ ବର୍ଷା ହେବ ବୋଲି ସୂଚନା ରହିଛି ।

୧ ତାରିଖରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ପୁଣି ବର୍ଷା ବଢ଼ିବ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨ ଓ ୩ ତାରିଖରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଭାରୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Comments are closed.