Latest Odisha News

BREAKING NEWS

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଉତ୍ତର କାଶ୍ମୀରର କୁପୱାଡା ଜିଲ୍ଲାର କେରନ ସେକ୍ଟରର ହାଇଦର ପୋଷ୍ଟରେ ରବିବାର ସକାଳେ ସୁରକ୍ଷା ବାହିନୀ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଦେଇଛନ୍ତି। ଏକ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଜଣେ ଉଚ୍ଚ ପୋଲିସ ଅଧିକାରୀ କହିଛନ୍ତି ଯେ ଆତଙ୍କବାଦୀଙ୍କ ଏକ ଗ୍ରୁପ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ସୁରକ୍ଷା ବାହିନୀ ସେମାନଙ୍କ ରାସ୍ତା ଅବରୋଧ କରିଥିଲେ। ତେବେ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିଲେ।

ନିହତ ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତେବେ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳରେ ଏକ ସର୍ଚ୍ଚ ଅପରେସନ୍ ଜାରି କରିଛନ୍ତି।

Comments are closed.