ଭୁବନେଶ୍ବର: ପିତାଙ୍କ ହତ୍ୟାକାରୀକୁ ଧରିବା ପାଇଁ ସିବିଆଇ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦାବିପତ୍ର ଦେଲେ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ।
ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛି ଗୋବିନ୍ଦ ସାହୁ । ୨୦୨୨ ଡିସେମ୍ବର ୨୦ ତାରିଖରେ କଣ୍ଟାବାଞ୍ଜି ସବ୍-ଜେଲ୍ରେ ଥିବା ସମୟରେ ଗୋବିନ୍ଦଙ୍କ ମୃତ୍ୟୁ ହୋଇଥିଲା ।
ଆଜି ଗୋବିନ୍ଦ ସାହୁଙ୍କ ପରିବାର ସଦସ୍ୟ ପୁର୍ବତନ ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଥିଲେ । ଘଟଣାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆଗରେ ଦାବି କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଗୋବିନ୍ଦ ସାହୁଙ୍କ ଝିଅ ଲିପିକା ଗଣମାଧ୍ୟମକୁ ବୟାନ ଦେଇ କହିଛନ୍ତି ଯେ, ‘ମମିତା ମେହେରଙ୍କୁ ଯିଏ ମାରିଛି ସେ ହିଁ ମୋ ବାପାଙ୍କୁ ମାରିଛି । ଘଟଣାରେ ମୋ ବାପାଙ୍କୁ ମୋହରା ବନା ଯାଇଥିଲା ଏବଂ ସେ ଆତ୍ମହତ୍ୟା କରିନାହାଁନ୍ତି । ପୋଲିସ ସହାୟତାରେ ମୋ ବାପାଙ୍କୁ ହତ୍ୟା କରାଯାଇଛି ଏବଂ ଏବେ ଆମ ପରିବାରକୁ ବିଭିନ୍ନ ପ୍ରକାରର ଧମକ ଦିଆଯାଉଛି । ଆମ ପରିବାରକୁ ନ୍ୟାୟ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।
Comments are closed.