Latest Odisha News

BREAKING NEWS

ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି: ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ଫିକା ପଡିପାରେ ଦୁର୍ଗାପୂଜା…

ଭୁବନେଶ୍ୱର: ଚଳିତବର୍ଷ ଫିକା ପଡିପାରେ ଦଶହରା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଅକ୍ଟୋବର ୧ରୁ ଉପକୂଳ ଓଡ଼ିଶା ଓ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ । ଯାହା ଦ୍ବାରା ଦୁର୍ଗାପୂଜା ଉତ୍ସବ ଫିକା ପଡିପାରେ ।

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆଜି ଜାରି କରିଥିବା ତାର ବୁଲେଟିନ୍ ଅନୁଯାୟୀ, ୩୦ ସେପ୍ଟେମ୍ବରରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ସାଇକ୍ଲୋନିକ୍‌ ସର୍କୁଲେସନ୍‌ ସୃଷ୍ଟି ହେବ ଏବଂ ୧ ଅକ୍ଟୋବର ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପଶ୍ଚିମବଙ୍ଗ-ବାଂଲାଦେଶ କିମ୍ବା ଓଡ଼ିଶା ଉପକୂଳ ଆଡ଼କୁ ଗତି କରିପାରେ । ଅକ୍ଟୋବର ୨ରେ ଡିପ୍ରେସନ୍‌ରେ ପରିଣତ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିପାରେ ।

୨ ଓ ୩ ଅକ୍ଟୋବରରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ଢେଙ୍କାନାଳ, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ ଓ ନୂଆପଡ଼ା ଆଦି ଜିଲାରେ ମଧ୍ୟମ ଧରଣର ବର୍ଷା ହେବ ।

ସେଗହିପରି, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଓ ଅନ୍ୟ ଜିଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ ।

Comments are closed.