ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଏକ ଲଘୁଚାପ କ୍ଷେତ୍ର । ଏହା ଅକ୍ଟୋବର ୧ ଅର୍ଥାତ୍ ବୁଧବାର ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଛି ।୩ ତାରିଖରେ ବେଳକୁ ଏହା ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ।
ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଏବଂ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ବର୍ଷା ହୋଇପାରେ । ବିଶେଷକରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଆଦି ଅନ୍ୟ ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ଓ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।
ପ୍ରଶାସନ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ଚିଲିକା ଓ ନଦୀ ମଧ୍ୟକୁ ମାଛ ଧରିବାକୁ ନ ଯିବାକୁ ବାରଣ କରାଯାଇଛି । ପ୍ରଶାସନ ପକ୍ଷରୁ ସର୍ତକତା ମୂଳକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜିଲ୍ଲା ଜରୁରୀକାଳିନ ଅଧିକାରୀ ଶ୍ରୀତପା ମିଶ୍ର ସୂଚନା ଦେଇଛନ୍ତି ।
Comments are closed.