Latest Odisha News

BREAKING NEWS

Odisha Police SI: ପୋଲିସ ଏସଆଇ ପରୀକ୍ଷା ଜାଲିଆତିରେ ବଡ଼ କାର୍ଯ୍ୟାନୁଷ୍ଠାନ: ୧୧୭ ପରୀକ୍ଷାର୍ଥୀ ଓ ୨ ଦଲାଲ ଗିରଫ

ବ୍ରହ୍ମପୁର: ଓଡିଶା ପୋଲିସ SI ପରୀକ୍ଷା କେଲେଙ୍କାରୀ ମାମଲାରେ କ୍ରାଇମବ୍ରାଞ୍ଚର ବଡ଼ କାର୍ଯ୍ୟାନୁଷ୍ଠାନ। ୧୧୭ ପରୀକ୍ଷାର୍ଥୀ ଓ ୨ ଦଲାଲ ଗିରଫ ହୋଇଛନ୍ତି। ପଚରାଉଚରା ପରେ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏହି କେଲେଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିଛି। ଗିରଫ ହୋଇଥିବା ୧୧୭ ଜଣ ପରୀକ୍ଷାର୍ଥୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆଦାୟ ହୋଇଥିଲା। ଆସନ୍ତା ଅକ୍ଟୋବର ୫ ଏବଂ ୬ ତାରିଖରେ ହୋଇଥାନ୍ତା ପରୀକ୍ଷା।

ସୂଚନା ଅନୁସାରେ ରାଜ୍ୟରେ ହେବାକୁ ଥିବା ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ କରାଯାଇଛି। ପରବର୍ତ୍ତୀ ସମୟରେ ପରୀକ୍ଷା ତାରିଖ ଘୋଷଣା ହେବ। ତେବେ ଲାଞ୍ଚ କାରବାର ଓ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିବା ପରେ ପରୀକ୍ଷା ସ୍ଥଗିତ ଘୋଷଣା ହୋଇଛି। ବଡ଼ କଥା ହେଲା ବ୍ରହ୍ମପୁର ପୋଲିସ ଆନ୍ଧ୍ର ଶ୍ରୀକାକୁଲମରୁ ୧୨୦ ପରୀକ୍ଷାର୍ଥୀଙ୍କୁ ଧରିବା ପରେ ବୋର୍ଡ ସଜାଗ ହୋଇ ଉଠିଥିଲା। ପରୀକ୍ଷା ପୂର୍ବରୁ ଜାଲିଆତି ପାଇଁ ଏହି ୧୨୦ ପରୀକ୍ଷାର୍ଥୀଙ୍କୁ ହାଇଦ୍ରାବାଦ ନିଆଯାଉଥିଲା।

ତେବେ ପୋଲିସ ଖବର ପାଇ ସେମାନଙ୍କୁ ଶ୍ରୀକାକୁଲମରେ ଧରି ବ୍ରହ୍ମପୁର ଆଣି ପଚରାଉଚରା କରୁଛି। ପରୀକ୍ଷା ଦାୟିତ୍ବରେ ଥିବା ସଂସ୍ଥା ସେମାନଙ୍କୁ ଜାଲିଆତି ପାଇଁ ନେଉଥିଲା ବୋଲି ସୂଚନା ମିଳିଥିଲା। ଏହାପରେ ବୋର୍ଡ ପକ୍ଷରୁ ଏକ ହେଲ୍ପ ଲାଇନ ନମ୍ବର ମଧ୍ଯ ଜାରି କରାଗଲା। ସିପିଏସଇ-୨୦୨୪ ସବୁ ପରୀକ୍ଷାରେ ସ୍ବଚ୍ଛତା ପାଇଁ ଏହି ନମ୍ବର ଜାରି ହୋଇଥିଲା। ନିଜ ଅଭିଯୋଗ 9040493223 ନମ୍ବରରେ ଜଣାଇବା ପାଇଁ ଓପିଆରବି ନିବେଦନ କରିଥିଲା। ହେଲେ କିଛି ସମୟ ପରେ ପରୀକ୍ଷା ସ୍ଥଗିତ ଲାଗି ଘୋଷଣା କରିଥିଲା ।

Comments are closed.