ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ତେବେ ଏହି ୨ ଦିନର ରହଣି ମଧ୍ୟରେ ସେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଂଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ସୂଚନା ଦେଇଛନ୍ତି।
ମୋହନ ମାଝୀ ଏକ୍ସରେ ଲେଖିଛନ୍ତି ଯେ, ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ପ୍ରାପ୍ତ ହେଲା ।ଏହି ସାକ୍ଷାତକାର ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ,ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା ।
ମାନନୀୟ ନଡ୍ଡା ଜୀଙ୍କ ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମୀ ଦିନରେ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିବ ।
ଏଥିସହ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଏକ୍ସରେ ଲେଖିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ ମାନନୀୟ ଉପରାଷ୍ଟ୍ରପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ପ୍ରାପ୍ତ ହେଲା । ଏହି ଅବସରରେ ରାଜ୍ୟରେ ଆମ ସରକାରଙ୍କ ବିକାଶମୂଳକ କାର୍ଯ୍ୟ, ଜନକଲ୍ୟାଣ ଯୋଜନା ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କଲି। ମାନନୀୟ ଉପରାଷ୍ଟ୍ରପତିଙ୍କୁ ‘ଓଡ଼ିଶା ଭିଜନ୍ ୨୦୩୬ | ୨୦୪୭’ ପ୍ରଦାନ କରି ରାଜ୍ୟର ଦୀର୍ଘମିଆଦୀ ଲକ୍ଷ୍ୟ ସମ୍ପର୍କରେ ଅବଗତ କରାଇଲି । ତାଙ୍କର ପ୍ରେରଣା ଓ ମାର୍ଗଦର୍ଶନ ପାଇଁ କୃତଜ୍ଞ।
Comments are closed.