Latest Odisha News

BREAKING NEWS

ଅକ୍ଟୋବର ୫ରୁ ବିଦେଶ ଗସ୍ତରେ ଯିବେ ବାଚସ୍ପତି

ଭୁବନେଶ୍ୱର: ବିଦେଶ ଗସ୍ତରେ ଯିବେ ବାଚସ୍ପତି ସୁରମା ପାଢ଼ୀ । ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଚଳିତ ମାସ ୫ରୁ ୧୯ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ ବାଚସ୍ପତି । ଏନେଇ ନିଜେ ଗଣାମଧ୍ୟମରେ ସେ ସୂଚନା ଦେଇଛନ୍ତି ।

ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ, ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବାବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବବୃହତ୍ତମ ରାଷ୍ଟ୍ର ।

ଚଳିତ ମାସ ୫ ତାରିଖ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରି ଲଣ୍ଡନ ଦେଇ ୬ ତାରିଖ ବାର୍ବାଡୋସରେ ପହଞ୍ଚିବେ । ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ, ପାର୍ଲାମେଣ୍ଟ ସଦସ୍ୟ, ୨୨ଟି ରାଜ୍ୟର ବାଚସ୍ପତି, ଉପବାଚସ୍ପତି ଓ ସଚିବ ଏହି ସମ୍ମିଳନୀରେ ଯୋଗଦେଉଛନ୍ତି ।

୬ ରୁ ୧୧ ତାରିଖ ପର୍ଯ୍ୟନ୍ତ ବାର୍ବାଡୋସ୍‌ର ରାଜଧାନୀ ବ୍ରିଜଟାଉନ୍‌ ଠାରେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ସେ ନିଜର ବକ୍ତବ୍ୟ ରଖିବେ ।

Comments are closed.