Latest Odisha News

BREAKING NEWS

କଟକରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି; ଆସନ୍ତାକାଲି ସନ୍ଧ୍ୟା…

କଟକ: କଟକରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା । ଆଜି ସନ୍ଧ୍ୟାରୁ ଆସନ୍ତାକାଲି ସନ୍ଧ୍ୟା ଯାଏଁ ୭ ଟା ଯାଏ କଟକଣା ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗକୁ ପ୍ରସ୍ତାବ ଦେଇଥିଲେ ଜିଲ୍ଲାପାଳ । କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ମା ଦୁର୍ଗାଙ୍କ ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିଲା ହିଂସାକାଣ୍ଡ ।
କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି ।

ଏପରି ହେଲେ କାଲି ଯାଏ ବନ୍ଦ ରହିବ ହ୍ବାଟସଆପ, ଫେସବୁକ, ଇନଷ୍ଟାଗ୍ରାମ, ଏକ୍ସ, ସ୍ନାପଚାଟ । ଗତକାଲି ଠାରୁ କଟକ ମହାନଗର ନିଗମ, ସିଡିଓ ଓ ୪୨ ମୌଜା ଅଞ୍ଚଳରେ ଇଣ୍ଟରନେଟ ସେବା ଉପରେ ନିଷେଧାଦେଶ ଜାରି ହୋଇଛି ।

ଅସାମାଜିକ ତତ୍ତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍‌ ସେବା ବନ୍ଦର ପଦକ୍ଷେପ ନିଆଯାଇଛି।

ଏପଟେ ଦ୍ବିତୀୟ ଦିନରେ କଟକରେ କର୍ଫ୍ୟୁ। ଗତକାଲିର ବାଇକ ରାଲି ବେଳେ ଉପୁଜିଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି କରାଯାଇଥିଲା । ଆସନ୍ତାକାଲି ସକାଳ ୧୦ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ। କର୍ଫ୍ୟୁ ଜାରି କରାଯାଇଥିବା ଅଞ୍ଚଳଗୁଡ଼ିକ ହେଲା ଦରଘାବଜାର, ମଙ୍ଗଳବାଗ, କ୍ୟାଣ୍ଟନମେଣ୍ଟ, ଲାଲବାଗ, ସିଡିଏ-୨, ପୁରୀଘାଟ, ଜଗତପୁର, ମର୍କତନଗର, ବାଦାମବାଡ଼ି, ବୟ‌ାଳିସମୌଜା, ସଦର, ବିଡ଼ାନାସୀ, ମାଲଗୋଦାମ ଥାନା ଅଧୀନରେ ଥିବା କିଛି ଅଞ୍ଚଳ।

 

 

Comments are closed.