Latest Odisha News

Weather Update: ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷା ସହ ଵଜ୍ରପାତ ନେଇ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଜିଠୁ ୧୨ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। କାରଣ ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ। ତଥାପି ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଲାଗି ରହିବ। ପ୍ରବଳ ବର୍ଷା ସହ ଵଜ୍ରପାତ ନେଇ ସତର୍କ କରାଇଲା ପାଣିପାଗ ବିଭାଗ।

ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାକୁ ବର୍ଷା ଆଲର୍ଟ କରାଯାଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ଗଞ୍ଜାମ, ଗଜପତି, ମାଲକାନଗିରି, କନ୍ଧମାଳ, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜର କିଛି କିଛି ଅଞ୍ଚଳରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ବର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା ଓ ନୟାଗଡ ସମେତ କିଛି ଅଞ୍ଚଳରେ ଝଡବର୍ଷା ହୋଇପାରେ।

ଅନ୍ୟପଟେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ଆଶଙ୍କା କରାଯାଇଛି । ସେହିପରି ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ଅପସାରଣ ନେଇ ପାଗ ଅନୁକୂଳ ହେବାରେ ଲାଗିଛି । ୧୬ ସୁଦ୍ଧା ବିଦାୟ ନେବ ମୌସୁମୀ ।

Comments are closed.