ଭୁବନେଶ୍ୱର: ପାରଳାଖେମୁଣ୍ଡି ରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କର ଶୁକ୍ରବାର ଦିନ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ଘଟିଛି ।
ପ୍ରାପ୍ତ ସୂଚନା ଅନୁଯାୟୀ, ମହାରାଜା ଦୀର୍ଘ ଦିନରୁ ଅସୁସ୍ଥ ଥିଲେ । ତେଣୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ଘଟିଛି ।
ମହାରାଜାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ଆମର ଆତ୍ମାର ସଦଗଦି ନିମନ୍ତେ କାମନା କରିଛନ୍ତି ।
ମହାରାଜାଙ୍କ ଜନ୍ମମାଟି ପାରଳାଖେମୁଣ୍ଡିଠାରେ ରାଜ ମର୍ଯ୍ୟାଦା ସହ ଆଜି ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବା ନେଇ ସୂଚନା ମିଳିଛି ।
ମୁଖ୍ୟମନ୍ତ୍ରୀଙ୍କ ତରଫରୁ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମହାରାଜାଙ୍କ ଶେଷଯାତ୍ରାରେ ସାମିଲ ହେବା ନେଇ ସ୍ପଷ୍ଟ ହୋଇଛି ।
Comments are closed.