ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମମତାଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଅଭିଯୁକ୍ତମାନ ବିରୁଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।
ସେ ଆହୁରି ଲେଖିଛନ୍ତି ଯେ, ଏହି ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ । ମୁଁ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଏହା ସହ ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଁ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି । ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କୁ ଦୃଢ଼ ଦାବି ଜଣାଉଛି ।
Comments are closed.