ପୁରୀ: ଆସନ୍ତାକାଲି ଅର୍ଥାତ୍ ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ। ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ। ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।
Comments are closed.