Latest Odisha News

BREAKING NEWS

ଦୀପାବଳି ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ଆଲୋକର ପର୍ବ ପବିତ୍ର ଦୀପାବଳି। ଏହି ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟ୍ଵିଟ୍ କରି ଲେଖିଛନ୍ତି ଯେ, ଦୀପାବଳିର ଶୁଭ ଅବସରରେ ମୁଁ, ଦେଶ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ଵିଟ୍ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି ଯେ, ସମସ୍ତ ଦେଶବାସୀଙ୍କୁ ଦୀପାବଳିର ହାର୍ଦ୍ଦିକ ଶୁଭକାମନା। ଆଲୋକର ଏହି ପାବନ ପର୍ବ ସମସ୍ତଙ୍କ ଜୀବନରେ ସୁଖ-ସମୃଦ୍ଧି ଓ ସୌହାର୍ଦ୍ଦରେ ଆଲୋକିତ କରୁ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ରାଜ୍ୟର ଭାଇ-ଭଉଣୀମାନଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଉଛି। ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ । ଦୀପାବଳି ରୂପକ ଜ୍ଞାନର ଆଲୋକ ମଣିଷକୁ ଅଜ୍ଞାନର ଅନ୍ଧକାରରୁ ଉଦ୍ଧାର କରିଥାଏ । ନୂଆ ଆଶା, ନୂଆ ସ୍ୱପ୍ନ ଓ ନୂଆ ଲକ୍ଷ୍ୟ ସହିତ ସୁନ୍ଦର ଓ ସମୃଦ୍ଧ ଭବିଷ୍ୟତକୁ ସ୍ୱାଗତ କରିବା ପାଇଁ ଦୀପାବଳି ଉତ୍ସବ ଆମକୁ ପ୍ରେରଣା ଦେଇଥାଏ । ଅସତ୍ୟ ଓ ଅନ୍ୟାୟର ଅନ୍ଧାରକୁ ଭେଦି ସତ୍ୟ ଓ ନ୍ୟାୟର ଆଲୁଅ ଜୀବନରେ ପରିପ୍ରକାଶ କରିଥାଏ । ଏହା ଆଶା, ବିଶ୍ୱାସ ଓ ଦୃଢ଼ ପ୍ରତିବଦ୍ଧତାର ପର୍ବ । ପ୍ରକୃତି ଓ ପରିବେଶକୁ ସମ୍ମାନ ଜଣାଇ ଚଳିତ ବର୍ଷ ଏକ ପ୍ରଦୂଷଣମୁକ୍ତ ସବୁଜ ଦୀପାବଳି ପାଳନ କରିବା । ଅହଂକାର ଓ ଦାନବୀୟ ପ୍ରକୃତିର ଅମାଅନ୍ଧକାର ଭିତରୁ ଦୟା, କ୍ଷମା, ପ୍ରେମ ଓ ମାନବିକତାକୁ ଆଲୁଅ ଦେଖାଇବା ବୋଲି ସେ କହିଛନ୍ତି ।

Comments are closed.