ଭୁବନେଶ୍ୱର: ଶୁକ୍ରବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ସ୍ଥିତି ସମୀକ୍ଷା ହୋଇଥିଲା । ବୈଠକରେ ବାତ୍ୟା ଫଳରେ ଲଘୁଚାପ ଜନିତ ବର୍ଷାକୁ ନେଇ ରାଜ୍ୟର ବିଭିନ୍ନ ଅବବାହିକାରେ ଥିବା ଜଳଭଣ୍ଡାର ସ୍ଥିତିକୁ ନିକଟରୁ ଅନୁଧ୍ୟାନ କରିବାକୁ ଉନ୍ନୟନ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷା ଯୋଗୁଁ ବିଭିନ୍ନ ଜଳ ଭଣ୍ଡାରରେ ଜଳପତ୍ତନ ପରିମାଣ କେତେ ବୃଦ୍ଧି ଘଟୁଛି । ଏହାର ବାସ୍ତବତାକୁ ଦେଖି ସଠିକ ଆକଳନ କରିବା ସହ ଯୋଜନା ଓ ସୁନିୟନ୍ତ୍ରିତ ଭାବେ ଜଳ ନିଷ୍କାସନ ତଥା ଜଳ ପରିଚାଳନା କରିବାକୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି ।
ସ୍ଥିତିକୁ ଦେଖି ବିଭାଗ ତଥା କ୍ଷେତ୍ର ସ୍ତରରେ ଥିବା ସମସ୍ତ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ସତର୍କ ରହି କାର୍ଯ୍ୟ କରିବାକୁ ଉନ୍ନୟନ କମିଶନର ଏହି ପରିପ୍ରେକ୍ଷୀରେ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଅନୁଷ୍ଠିତ ଏହି ବୈଠକରେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
Comments are closed.