Latest Odisha News

BREAKING NEWS

Cyclone Montha:ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର:ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଆସୁଛି ବାତ୍ୟା ‘ମୋନ୍ଥା’ (Cyclone Montha) । ପ୍ରଶାସନ ଆଗୁଆ ସଜାଗ ରହିଛି । ତେବେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର (Anganwadi centers) । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଏଥିସହ ଗର୍ଭବତୀ ମହିଳାଙ୍କୁ ତୁରନ୍ତ ମେଡିକାଲକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସବୁ ଅଙ୍ଗନବାଡି କର୍ମୀ ଓ ଆଶା କର୍ମୀମାନଙ୍କ ଏହି ଦାୟିତ୍ୱ ଦିଆଯାଇଛି । ବିଭାଗ ତରଫରୁ ସବୁ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ସରକାର ଆପଣଙ୍କ ସହ ଅଛନ୍ତି। ବ୍ୟସ୍ତ ହୁଅନ୍ତୁ ନାହିଁ, ରାଜ୍ୟ ସରକାର ପୁରା ସଜାଗ ରହିଛନ୍ତି ।

ସୂଚନାଥାଉକି, ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

 

Comments are closed.